Masthead

୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆଉ ଦୁଇ ଦିନ ଲାଗି ରହିବ ଲଘୁଚାପ ବର୍ଷା । ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । କଟକ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ସାରା ରାଜ୍ୟରେ ବର୍ଷା ହେବାକୁ ଥିବା ବେଳେ ପ୍ରବଳ ବର୍ଷାକୁ ନେଇ ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ମେଘୁଆ ପାଗ ସହ ପବନ ପାଇଁ ସମୁଦ୍ର ଅଶାନ୍ତ ରହିବ ।

ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଆସନ୍ତା ୮ ତାରିଖ ଯାଏଁ ରାଜ୍ୟରେ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର,  ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ଦେବଗଡ଼, ଅନୁଗୁଳ,  ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା,  ବଲାଙ୍ଗୀର, କଳାହାଣ୍ଡି ସମେତ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ  ବର୍ଷା ଆଶଙ୍କା ଅଛି । ଶୁକ୍ରବାର ପଶ୍ଚିମ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି  ସହ ବର୍ଷା ହୋଇପାରେ ।

ଶନିବାର ଓ ରବିବାର ମଧ୍ୟ ଉପକୂଳ ଓଡ଼ିଶାର କିଛି  ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ବୁଧବାର ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଯାଜପୁରରେ  ସର୍ବାଧିକ ୧୨୧ ମିମି ବର୍ଷା ଢାଳିଛି । ଚାନ୍ଦବାଲିରେ ୮୫.୬ମିମି, କେନ୍ଦୁଝରରେ  ୩୬.୮, ସମ୍ବଲପୁରରେ ୩୫.୨, ବାରିପଦାରେ ୩୩.୨, ପାରଳାଖେମୁଣ୍ଡିରେ ୨୮,  ମାଲକାନଗିରିରେ ୧୨.୪, ରାୟଗଡ଼ାରେ ୧୪.୪ ମିମି ବର୍ଷା ହୋଇଛି । ନିର୍ଧୁମ  ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ