Masthead

ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପ ସାଗରରେ ପୁଣି ଏକ ଲଘୁଚାପ । ଉପର ମୁଣ୍ଡରେ ପ୍ରବଳ ବର୍ଷା ସମ୍ଭାବନା, ମହାନଦୀରେ ଆସିପାରେ ବନ୍ୟା । ଆଜି ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ଆଲର୍ଟ । ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆର୍‌ସି । ଗଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ବାୟୁ ମଣ୍ଡଳ ଉପରି ଭାଗରେ ସକ୍ରିୟ ଘୂର୍ଣ୍ଣିବଳୟ। ଆସନ୍ତା ୧୨ ଘଣ୍ଟା ଭିତରେ ଲଘୁଚାପର ରୂପ ନେବ। ଏହା ପ୍ରଭାବରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କୋରାପୁଟ ଓ ନବରଙ୍ଗପୁରକୁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣଂ ଜାରି କରାଯାଇଛି। ଆଜି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି। ଲଘୁଚାପ ପ୍ରଭାବ ରେ ଆସନ୍ତା ୧୧ ତାରିଖ ଯାଏଁ ବର୍ଷାର ପରିମାଣ ବଢିବ। ମହାନଦୀର ଉପରି ମୁଣ୍ଡରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ପର୍ୟ୍ୟନ୍ତ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ