Masthead

ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପ ସାଗରରେ ପୁଣି ଏକ ଲଘୁଚାପ । ଉପର ମୁଣ୍ଡରେ ପ୍ରବଳ ବର୍ଷା ସମ୍ଭାବନା, ମହାନଦୀରେ ଆସିପାରେ ବନ୍ୟା । ଆଜି ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ଆଲର୍ଟ । ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆର୍‌ସି । ଗଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ବାୟୁ ମଣ୍ଡଳ ଉପରି ଭାଗରେ ସକ୍ରିୟ ଘୂର୍ଣ୍ଣିବଳୟ। ଆସନ୍ତା ୧୨ ଘଣ୍ଟା ଭିତରେ ଲଘୁଚାପର ରୂପ ନେବ। ଏହା ପ୍ରଭାବରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କୋରାପୁଟ ଓ ନବରଙ୍ଗପୁରକୁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣଂ ଜାରି କରାଯାଇଛି। ଆଜି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି। ଲଘୁଚାପ ପ୍ରଭାବ ରେ ଆସନ୍ତା ୧୧ ତାରିଖ ଯାଏଁ ବର୍ଷାର ପରିମାଣ ବଢିବ। ମହାନଦୀର ଉପରି ମୁଣ୍ଡରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ପର୍ୟ୍ୟନ୍ତ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ