Masthead

୩ ଘଣ୍ଟା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟର ୯ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର ଏବଂ ଗଜପତି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ହେବାର ସମ୍ଭାବନା ରହିଛି ।

ସେପଟେ ସେପ୍ଟେମ୍ବରରେ ବଢ଼ିବ ବର୍ଷା।  ଆଗକୁ ଦୁଇଟି ଲଘୁଚାପ ଆସୁଛି । ପାଣିପାଗ ବିଭାଗ ପକ୍ଷରୁ ଆଗାମୀ  ଦୁଇ ସପ୍ତାହ ପାଇଁ ପୂର୍ବାନୁମାନ ଜାରି ହୋଇଛି । ଆକଳନ ଅନୁସାରେ ସେପ୍ଟେମ୍ବର ୩ ତାରିଖବେଳକୁ ଉତ୍ତରବଙ୍ଗୋପସାଗର ରେ ଏକ ଲଘୁଚାପ  ସୃଷ୍ଟି ହୋଇପାରେ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା  ଉପକୂଳ ଅଞ୍ଚଳର ସମାନ୍ତରାଳ ଭାବେ  ସମୁଦ୍ର ଭିତରେ ଆଗକୁ ବଢ଼ିବ ।

ଘନୀଭୂତ ହୋଇ ୫ ତାରିଖବେଳକୁ ଅବପାତ ରୂପ ନେଇପାରେ। ସେହିପରି ପରବର୍ତ୍ତୀ ସପ୍ତାହର ଶେଷ ଆଡ଼କୁ  ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ବିସ୍ତାରିତ ପୂର୍ବାନୁମାନ ଅନୁସାରେ ଓଡ଼ିଶାରେ ଆସନ୍ତା ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୩  ଭିତରେ ପ୍ରବଳ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ