Masthead

କୁହୁଡ଼ି ପାଇଁ ୬ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ରାତିର ତାପମାତ୍ରା ଆହୁରି ବଢ଼ିବ । ଶୀତ କମିବ । ଆସନ୍ତା ୨ଦିନରେ ୨ରୁ ୩ ଡିଗ୍ରୀ ତାପମାତ୍ରା ଆହୁରି ବଢ଼ିବ । ଫେବ୍ରୁଆରୀ ୧ ଯାଏ ରାଜ୍ୟର ଅନେକ ସ୍ଥାନରେ କୁହୁଡ଼ି ରହିବା ସହ କାକର ପଡ଼ିବ । ଆଜି ୬ ଜିଲ୍ଲାରେ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଭୁବନେଶ୍ୱରରେ ରାତିର ତାପମାତ୍ରା ଆସନ୍ତା ୨୪ ଘଣ୍ଟାରେ ୧୭ ଡିଗ୍ରୀ ରହିବ । ଏପରି ଆକଳନ କରିଛି ପାଣିପାଗ ବିଭାଗ ।

ଗୁରୁବାର ଜଗତ୍ସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ନୟାଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳିବ । ଏଥିସହ ପାଣିପାଗ ବିଭାଗ ଜଗତ୍ସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ, କଟକ ଓ ଖୋର୍ଦ୍ଧା ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଶୁକ୍ରବାର କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ଗଞ୍ଜାମ, ଗଜପତି ଓ କଟକର କିଛି ସ୍ଥାନରେ କୁହୁଡି଼ ଦେଖିବାକୁ ମିଳିବ । ଶନିବାର ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ ଓ ଜଗତ୍ସିଂହପୁରରେ କୁହୁଡ଼ି ହେବ ।

ଫୁଲବାଣୀରେ ରାତିର ତାପମାତ୍ରା ୯.୫ ଡିଗ୍ରୀ ରେକର୍ଡ କରାଯାଇଛି । ଦାରିଙ୍ଗବାଡ଼ିରେ ୧୦.୫ ଡିଗ୍ରୀ ରହିଥିବା ବେଳେ ରାତିରେ ସର୍ବାଧିକ ତାପମାତ୍ରା ପୁରୀରେ ୮.୫ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଦିନରେ ସର୍ବାଧିକ ୩୧.୮ ଡିଗ୍ରୀ ଢେଙ୍କାନାଳରେ ରେକର୍ଡ କରାଯାଇଛି । ଝାରସୁଗୁଡ଼ାରେ ୩୧.୬ ଡିଗ୍ରୀ, ସମ୍ବଲପୁରରେ ୩୧.୫, ପାରଳାଖେମୁଣ୍ଡିରେ ୩୧.୪, ଟିଟିଲାଗଡ଼ରେ ୩୧.୩, ଭୁବନେଶ୍ୱରରେ ୩୧.୨ ଓ ଭବାନୀପାଟଣାରେ ୩୧ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ 🔴 ବାଲି ଘାଟ ଉପରେ ଅଧିକାରୀଙ୍କ ଚଢାଉ 🔴 ଓଡ଼ିଶାରୁ ବାଂଲାଦେଶକୁ ଲମ୍ବିଛି ଯୁବତୀ ଚାଲାଣ ଚେର 🔴 କପି କଲେ ୫ ବର୍ଷ ଜେଲ୍ , ୧୦ ଲକ୍ଷ ଜରିମାନା 🔴 ଭାରତ ସହ ଟି-୨୦ ବିଶ୍ବକପ୍ ଖେଳିବ ପାକିସ୍ତାନ 🔴 ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି 🔴 ଉମରକୋଟରେ ୧୨ ଘଣ୍ଟିଆ ବନ୍ଦ ପାଳନ 🔴 ରାଜଧାନୀରେ ଦୁର୍ଘଟଣା, ବ୍ରିଜ୍ ତଳକୁ ଖସି ଘର ଉପରେ ପଡ଼ିଲା କାର 🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ 🔴 ବାଲି ଘାଟ ଉପରେ ଅଧିକାରୀଙ୍କ ଚଢାଉ 🔴 ଓଡ଼ିଶାରୁ ବାଂଲାଦେଶକୁ ଲମ୍ବିଛି ଯୁବତୀ ଚାଲାଣ ଚେର 🔴 କପି କଲେ ୫ ବର୍ଷ ଜେଲ୍ , ୧୦ ଲକ୍ଷ ଜରିମାନା 🔴 ଭାରତ ସହ ଟି-୨୦ ବିଶ୍ବକପ୍ ଖେଳିବ ପାକିସ୍ତାନ 🔴 ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି 🔴 ଉମରକୋଟରେ ୧୨ ଘଣ୍ଟିଆ ବନ୍ଦ ପାଳନ 🔴 ରାଜଧାନୀରେ ଦୁର୍ଘଟଣା, ବ୍ରିଜ୍ ତଳକୁ ଖସି ଘର ଉପରେ ପଡ଼ିଲା କାର 🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼