Masthead

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ଆଜିଠୁ ବଢିବ ବର୍ଷା ପରିମାଣ । ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ସକାଳୁ ଆସନ୍ତାକାଲି ସକାଳ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭ଼ଞ୍ଜ, ଢେଙ୍କାନାଳ, ଯାଜପୁର ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସେହିପରି ୭ ତାରିଖ ସକାଳୁ ୮ ତାରିଖ ସକାଳ ପର୍ୟ୍ୟନ୍ତ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବୃଷ୍ଟିପାତ ହେବା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ