Masthead

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ଆଜିଠୁ ବଢିବ ବର୍ଷା ପରିମାଣ । ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ସକାଳୁ ଆସନ୍ତାକାଲି ସକାଳ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭ଼ଞ୍ଜ, ଢେଙ୍କାନାଳ, ଯାଜପୁର ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସେହିପରି ୭ ତାରିଖ ସକାଳୁ ୮ ତାରିଖ ସକାଳ ପର୍ୟ୍ୟନ୍ତ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବୃଷ୍ଟିପାତ ହେବା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା