Masthead

ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସୋମବାର ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଭାରି ବର୍ଷା ହୋଇପାରେ । ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୫୦ରୁ ୬୦ କିମି ବେଗରେ ପବନ ବି ବହିପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର,କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ତେବେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗୁଳୁଗୁଳି ଜାରି ରହିବ ବୋଲି ପୂର୍ବାନୁମାନ କରାଯାଇଛି ।  ୨୩, ୨୪, ୨୫ ଓ ୨୬ ତାରିଖ ପାଇଁ ସମଗ୍ର ରାଜ୍ୟକୁ ମୌସୁମୀ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରବିବାର ସୋନପୁରରେ ୪୯.୨ ମିମି ବର୍ଷା ରେକର୍ଡ ହୋଇଛି । ନୟାଗଡ଼ରେ ୫ମିମି, ମାଲକାନଗିରିରେ ୩.୨, ସମ୍ବଲପୁରରେ ୨.୪, ବରଗଡ଼ରେ ୨.୨ ମିମି ବର୍ଷା ହୋଇଛି। ରବିବାର ଝାରସୁଗୁଡ଼ାକୁ ଛାଡି ରାଜ୍ୟର ଅଧିକାଂଶ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ତଳେ ଥିଲା । ସମ୍ବଲପୁରରେ ୩୯.୮, ହୀରାକୁଦରେ ୩୯.୩, ସୁନ୍ଦରଗଡ଼ରେ ୩୮.୫, ବଲାଙ୍ଗିରରେ ୩୮.୨, ଢେଙ୍କାନାଳରେ ୩୭.୬ ଓ ନୂଆପଡ଼ାରେ ୩୭ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଦାରିଙ୍ଗବାଡ଼ିର ଦିନ ତାପମାତ୍ରା ସବୁଠୁ କମ୍ ବା ୨୮.୫ ଡିଗ୍ରୀ ରେକର୍ଡ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି