ସାରା ରାଜ୍ୟକୁ ଛୁଁଇଲା ମୌସୁମୀ, ଆଜି ୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟକୁ ଛୁଇଁଲା ମୌସୁମୀ ବର୍ଷା । ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ଦେଖା ଦେଇଥିବା ବେଳେ କିଛି ଜିଲ୍ଲାରେ ଲାଗି ରହିଛି ମୌସୁମୀ ବର୍ଷା । ଆଜି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗର ସୂଚନା ।

ଆଜି ପାଇଁ କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାନର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିଭଳି ବାଲେଶ୍ବର, ଭଦ୍ରକ, ‌‌କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଖୋର୍ଧା, ପୁରୀ, ନୟାଗଡ଼, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ଜିଲ୍ଲା‌ର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଏହି ସବୁ ଜିଲ୍ଲାରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ