Masthead

ଏହି ସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ଗୁରୁବାର ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ତେବେ ଶୁକ୍ରବାର ୩ ଜିଲା କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବର୍ଷା ଓ ବଜ୍ରପାତ ପାଇଁ ଏହିସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପଟେ ୧୭ ଜିଲା ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିକୁ ଘଡ଼ଘଡ଼ି ଓ ବିଜୁଳି ଭୟ ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅଗଷ୍ଟ ମାସରେ ଓଡ଼ିଶାରେ ବର୍ଷା ପରିମାଣ ବହୁ  ମାତ୍ରାରେ କମିପାରେ । ଉପକୂଳ,ଦକ୍ଷିଣ, କେନ୍ଦ୍ରୀୟ, ଉତ୍ତର,  ପଶ୍ଚିମ ସବୁଠି ବର୍ଷା କମିବ । ପଶ୍ଚିମର କିଛି ଜାଗା ଅଧିକ ଶୁଖିଲା  ରହିପାରେ । କାଁ ଭାଁ ସ୍ୱାଭାବିକ ସ୍ଥିତି ରହିବ । ସ୍ୱାଭାବିକଠାରୁ ହାରାହାରି  ୩୫%ରୁ ୪୫% ପର୍ଯ୍ୟନ୍ତ ଅନେକ ଅଞ୍ଚଳରେ ବର୍ଷା କମିପାରେ ।  ଅଗଷ୍ଟରେ ଉଭୟ ଦିନ ଓ ରାତି ତାପମାତ୍ରା ସ୍ୱାଭାବିକଠାରୁ ଉପରେ  ରହିବ । ବର୍ତ୍ତମାନ ଆସନ୍ତା ୭ ଅଗଷ୍ଟ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷା ନାହିଁ । ଅଳ୍ପ କିଛି ଜାଗାରେ ବର୍ଷା ହେବ ।

ଶୁକ୍ରବାର ଅନେକ  ଜିଲ୍ଲାରେ ବଜ୍ରପାତ ଆଶଙ୍କା ଅଛି । ଦିନ ତାପମାତ୍ରା ଅନେକ ସ୍ଥାନରେ  ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିପାରେ । ୬ରୁ ୮ ତାରିଖ  ପାଖାପାଖି ଉତ୍ତର ତାମିଲନାଡ଼ୁ ଓ ଦକ୍ଷିଣ ଆନ୍ଧ୍ର ଉପକୂଳ ପାଖରେ  ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ ହୋଇପାରେ । ୮ରୁ ୧୩ ତାରିଖ  ଭିତରେ ବର୍ଷା ପରିମାଣ କିଛି ମାତ୍ରାରେ ବଢ଼ିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ