Masthead

ତାତି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୫ ଦିନ ପର୍ଯ୍ୟନ୍ତ ପ୍ରଚଣ୍ଡ ତାତି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ୧୧ ଜିଲ୍ଲାରେ ତାତି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାରେ ଖରା ସାଙ୍ଗକୁ ନେଇ ଗୁଳୁଗୁଳି ହେବ ।  ୧୩ ତାରିଖ ବେଳକୁ ତାତି ଆହୁରି ବଢ଼ିବ । ଏହି ୧୧ ଜିଲ୍ଲା ସମେତ ବରଗଡ଼, ସମ୍ବଲପୁର ଓ ବଲାଙ୍ଗୀର ଜିଲ୍ଲାରେ ମଧ୍ୟ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେବ ।

ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଏପରି ସ୍ଥିତି ଜାରି ରହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୩ ଓ ୧୪ ତାରିଖ ବେଳକୁ ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ତାତି ହୋଇପାରେ । ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଜିଲ୍ଲାରେ ୪୫ ଡିଗ୍ରି ପର୍ଯ୍ୟନ୍ତ ପହଞ୍ଚିପାରେ ତାତି । ସେହିପରି ବଲାଙ୍ଗୀର ଜିଲ୍ଲାରେ ୪୬ ଡିଗ୍ରି ତାତି ଅନୁଭୂତ ହେବାର ସମ୍ଭାବନା ରହିଛି । ଉପକୂଳର କିଛି ଜିଲ୍ଲାରେ ମଧ୍ୟ ୪୦ ଡିଗ୍ରି ପର୍ଯ୍ୟନ୍ତ ତାତି ପହଞ୍ଚିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା