Masthead

୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟକୁ ପୁଣି ମାଡ଼ିଆସୁଛି ବଡ଼ ବର୍ଷା । ଆଜି ପାଇଁ ୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ । କାଲିଠୁ ରାଜ୍ୟରେ ଅତିପ୍ରବଳ ବର୍ଷା । କାଲି କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବରରେ ଅତିପ୍ରବଳ ବର୍ଷା ସମ୍ଭାବନା । ସେପଟେ ବଙ୍ଗୋପସାଗରରେ ଆଗକୁ ଆହୁରି ଦୁଇଟି ଲଘୁଚାପ ଆସୁଛି । ଆସନ୍ତା ୯ ବା ୧୦ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ୧୦ ଓ ୧୧ ତାରିଖ ବେଳକୁ ଏହା ଲଘୁଚାପ ହେବ ।

ଏହା ପ୍ରଭାବରେ ୯ ତାରିଖରୁ ଉତ୍ତର ଓଡ଼ିଶା ଓ ଉତ୍ତର ଉପକୂଳ ଓଡ଼ିଶାରେ ଭଲ ବର୍ଷା ହେବ । ୧୭ରୁ ୨୦ ତାରିଖ ଭିତରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ହୋଇପାରେ । ଏହା ପ୍ରଭାବରେ ପୁଣି ବର୍ଷା ବଢ଼ିବ । ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ରାଜ୍ୟରେ କାଁ ଭାଁ ସ୍ଥାନରେ  ସ୍ଥାନରେ ହାଲୁକା ବର୍ଷା ହୋଇଥିବାବେଳେ ପାରଦ କିନ୍ତୁ ଉପରମୁହାଁ ରହିଛି। ଫଳରେ ଖରାଦିନ ଭଳି ଟାଣଖରା ସାଙ୍ଗକୁ ଭୀଷଣ ଗୁଳୁଗୁଳି ଅନୁଭୂତ ହେଉଛି । ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସୋମବାର ରାଜ୍ୟର ୩୯ଟି ସହରର ତାପମାତ୍ରା ୩୦ ଡିଗ୍ରୀ ଉପରେ ରହିଥିଲା ।

ଗତ ୪ଦିନ ଧରି ପାରଳାଖେମୁଣ୍ଡିରେ ତାପମାତ୍ରା ସର୍ବାଧିକ ରହିବା ସହିତ ଉତ୍ତପ୍ତ ସହର ପାଲଟିଛି । ସୋମବାର ଏଠାରେ ସର୍ବାଧିକ ତାପମାତ୍ରା ୩୭.୬ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ପୁରୀରେ ୩୬.୨, ଭୁବନେଶ୍ୱର ଓ ନୟାଗଡ଼ରେ ୩୬, ଚାନ୍ଦବାଲିରେ ୩୫.୭, ଭଦ୍ରକରେ ୩୫.୫, ଢେଙ୍କାନାଳରେ ୩୫.୪, କଟକରେ ୩୫.୨, ଝାରସୁଗୁଡ଼ା, ତାଳଚେର, ଯାଜପୁର ଏବଂ ଜଗତ୍‌ସିଂହପୁରରେ ୩୫ ଡିଗ୍ରୀ ରେକର୍ଡ ହୋଇଛି । ଦାରିଙ୍ଗିବାଡ଼ିରେ ସର୍ବନିମ୍ନ ତାପମାତ୍ରା ୩୦ ଡିଗ୍ରୀ ରେକର୍ଡ ହୋଇଥିବା ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 UAE ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ 🔴 ପୁଣି ସ୍କୁଲରେ ରାଗିଂ 🔴 ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଦିଲ୍ଲୀ ବିଲ୍ଡିଂ ଟ୍ରାଜେଡି, ୬ମୃତ 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 UAE ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ 🔴 ପୁଣି ସ୍କୁଲରେ ରାଗିଂ 🔴 ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଦିଲ୍ଲୀ ବିଲ୍ଡିଂ ଟ୍ରାଜେଡି, ୬ମୃତ 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ