ଆଜି ବି ବର୍ଷିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉପକୂଳ ଓଡ଼ିଶାରେ ଭାରି ବର୍ଷା ହୋଇପାରେ । ଆଜି ମଧ୍ୟ ବର୍ଷିବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।  ୨୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ଖୋର୍ଦ୍ଧା, ପୁରୀ , କଟକ , କେନ୍ଦ୍ରାପଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୦ ତାରିଖ ପାଇଁ ସାରା ଓଡ଼ିଶାର ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ଅଧିକ ବର୍ଷା ସମ୍ଭାବନା ଅଛି । ଉପକୂଳ ଓଡ଼ିଶାର ଅନ୍ୟ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

୯ରୁ ୧୧ ତାରିଖ ଯାଏ ରାଜ୍ୟର ବିକ୍ଷିପ୍ତ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଆକଳନ କରିଛି। ଯାଜପୁର, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସେହିଭଳି ୧୦ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଏହା ପ୍ରଭାବରେ ଶୁକ୍ରବାର ଗଞ୍ଜାମ ଓ ଗଜପତିରେ ଭାରୀ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା ସମେତ ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୧୧ରେ ମଧ୍ୟ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ