ଓଡ଼ିଶାକୁ ଜାରି ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଦଳିଗଲା ପାଗର ମିଜାଜ୍। ଉତ୍ତରରୁ ଉପକୂଳ ଓଡ଼ିଶାକୁ ଜାରି ୟେଲୋ ୱାର୍ଣ୍ଣିଂ। କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁରକୁ ୟେଲୋ ଓ ପ୍ରବଳ ବର୍ଷା ନେଇ କନ୍ଧମାଳକୁ ଅରେଞ୍ଜ ୱାର୍ଣ୍ଣିଂ। ଭୁବନେଶ୍ବରରେ ସକାଳୁ ସକାଳୁ ବର୍ଷିଲା। ଦୁଇ ଘଣ୍ଟା ମଧ୍ୟରେ ଏକାଧିକ ସ୍ଥାନରେ ବର୍ଷା ସମ୍ଭାବନା। ସତର୍କ ସୂଚନା ଜାରି କଲା ଭୁବନେଶ୍ବର ପାଣିପାଗ ବିଭାଗ। ମଙ୍ଗଳବାରଠାରୁ ରାଜ୍ୟରେ ବର୍ଷା ବଢ଼ିପାରେ । ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ  ଦକ୍ଷିଣ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।

ଏହା ପ୍ରଭାବରେ ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା  ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା  ହୋଇପାରେ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।  ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି,  ରାୟଗଡ଼ା ଓ ନୟାଗଡ଼ରେ ଅଧିକ ବର୍ଷା ହୋଇପାରେ । ୧୫  ତାରିଖରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ  ଭାରି ବର୍ଷା ସମ୍ଭାବନା ଅଛି । ୧୬ ଓ ୧୭ ତାରିଖରେ ବି ଉପକୂଳ  ଓଡ଼ିଶା ଓ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ୧୩ ଜିଲାକୁ ୟେଲୋ ୱାର୍ଣ୍ଣିଂ 🔴 ଏକଲବ୍ୟ ବିଦ୍ୟାଳୟରେ ଅଶାନ୍ତି, ପ୍ରତିବାଦରେ ରାଜରାସ୍ତାରେ ଛାତ୍ରଛାତ୍ରୀ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ୧୩ ଜିଲାକୁ ୟେଲୋ ୱାର୍ଣ୍ଣିଂ 🔴 ଏକଲବ୍ୟ ବିଦ୍ୟାଳୟରେ ଅଶାନ୍ତି, ପ୍ରତିବାଦରେ ରାଜରାସ୍ତାରେ ଛାତ୍ରଛାତ୍ରୀ