ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅଗଷ୍ଟ ୨ରୁ ବର୍ଷା ପରିମାଣ ସାମାନ୍ୟ ବୃଦ୍ଧି ପାଇବ । ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଶେଷ କରି ଦକ୍ଷିଣ ଓଡ଼ିଶାର କେତେକ ଜାଗାରେ ପ୍ରବଳ ବର୍ଷା ହୋଇପାରେ । ଏଭଳି ପୂର୍ବାନୁମାନ ଦେଖାଇଛି ପାଣିପାଗ ବିଭାଗ । ଶୁକ୍ରବାର ରାଜ୍ୟର କେତେକ ଜିଲାରେ ଝଡ଼ବର୍ଷା ଲାଗି ରହିବ। ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଗତ ୨୪ ଘଣ୍ଟା ଅର୍ଥାତ୍‌ ଗୁରୁବାର ସକାଳ ୮.୩୦ ସୁଦ୍ଧା ରାଜ୍ୟର ୮ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରେକର୍ଡ କରାଯାଇଥିବାବେଳେ ୧୯ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ନୂଆପଡ଼ା ଜିଲା ସିନାପଲ୍ଲୀରେ ସର୍ବାଧିକ ୧୬୪ ମି.ମି., ବରଗଡ଼ ଜିଲା ପାଇକମାଳରେ ୧୫୭.୫ ମି.ମି., ନୂଆପଡ଼ା ଜିଲା ଖରିଆରରେ ୧୫୫ ମି.ମି., ବୋଡେନ୍‌ରେ ୧୫୨ ମି.ମି., ନବରଙ୍ଗପୁର ଜିଲା ଝରିଗାଁରେ ୧୩୫ ମି.ମି., କଳାହାଣ୍ଡି ଜିଲା ଗୋଲାମୁଣ୍ଡାରେ ୧୩୪ ମି.ମି., ନବରଙ୍ଗପୁର ଜିଲା ଉମରକୋଟରେ ୧୨୫ ମି.ମି., ନୂଆପଡ଼ା ଜିଲା କୋମଣାରେ ୧୧୯.୩ ମି.ମି., ନବରଙ୍ଗପୁର ଜିଲା ଡାବୁଗଁାରେ ୧୧୫.୨ ମି.ମି. ବର୍ଷା ରେକର୍ଡ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’