Masthead

ଖରା ନେଇ ୧୧ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ପ୍ରବଳ ଖରା ସହ ଜାରି ରହିଛି ଗରମ ଓ ଗୁଳୁଗୁଳି । ଆହୁରି ୫ଦିନ ଜାରି ରହିବ ଗରମ ଓ ଗୁଳୁଗୁଳି । ୨୩ ପରେ ୨ରୁ ୪ଡିଗ୍ରି ତାତି ବଢ଼ିପାରେ । ୨୪ ଘଣ୍ଟାରେ ଉପକୂଳ ଓଡ଼ିଶାର ୧୧ ଜିଲ୍ଲାରେ ପ୍ରବଳ ଗରମ, ଗୁଳୁଗୁଳି ସାଙ୍ଗକୁ ଉଷ୍ଣ ଓ ଆର୍ଦ୍ର ସ୍ଥିତିକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପାଇଁ ସତର୍କତା ଜାରି ହୋଇଛି ।

୨୩ ପାଇଁ ବଲାଙ୍ଗୀର, ଅନୁଗୁଳ ଓ ଝାରସୁଗୁଡ଼ା ଜିଲ୍ଲାକୁ ହିଟ୍‌ୱେଭ ସତର୍କତା ଜାରି ହୋଇଛି । ୨୩ ତାରିଖରେ ସୁନ୍ଦରଗଡ଼, ସମ୍ବଲପୁର, କଳାହାଣ୍ଡି, ବଲାଙ୍ଗୀରକୁ ଉଷ୍ମରାତି ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୨୪, ୨୫ତାରିଖ ପାଇଁ ସୁନ୍ଦରଗଡ଼, ସମ୍ବଲପୁର, ବଲାଙ୍ଗୀର, କଳାହାଣ୍ଡି ଓ ଅନୁଗୁଳ ଜିଲ୍ଲାକୁ ସତର୍କତା ଜାରି ହୋଇଛି । ଆସନ୍ତା ୨୫ ତାରିଖ ଯାଏ ଗ୍ରୀଷ୍ମ ପ୍ରବାହର ଚେତାବନୀ ଥିବା ବେଳେ ତାତିରୁ ନିସ୍ତାର ମିଳିବନି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହି ସମୟରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

ଏହା ପ୍ରଭାବରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇପାରେ । ୩୦ କିମି ବେଗରେ ପବନ ବି ବହିପାରେ । ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁରରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୨୫ ତାରିଖ ଯାଏ କାଳବୈଶାଖୀର ପ୍ରଭାବ ରହିବ ଓ ଏହା ପ୍ରଭାବରେ ବର୍ଷା ହୋଇପାରେ । ପ୍ରଚଣ୍ଡ ତାତି ପାଇଁ ବଲାଙ୍ଗୀର ଜିଲ୍ଲାରେ ସବୁ ସ୍କୁଲ, କଲେଜ ଓ ଶିକ୍ଷାନୁଷ୍ଠାନରେ ଛୁଟି ୨୫ ତାରିଖ ଯାଏ ବୃଦ୍ଧି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଦିନରେ ରଥଯାତ୍ରା ଆଉ ନାହିଁ ଛାଡ୍ । 🔴 ଭିଜିଲାନ୍ସ ଜାଲରେ ITDA ସହକାରୀ ନିର୍ବାହୀ ଯନ୍ତ୍ରୀ 🔴 ଭୁବନେଶ୍ୱରରେ ହିଟ୍ ଇଣ୍ଡେକ୍ସ ୫୦ ଡିଗ୍ରି 🔴 ବଢିପାରେ ଖରା ଛୁଟି ? 🔴 ଆଜି ବିଶ୍ୱ ପରିବେଶ ଦିବସ 🔴 ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 କମ୍ ଶିକ୍ଷାଗତ ଯୋଗ୍ୟତା ଥିବା ପଦରେ ଅଧିକ ଶିକ୍ଷାଗତ ଯୋଗ୍ୟତା ଥିବା ପ୍ରାର୍ଥୀ ନିଯୁକ୍ତି ପାଇବେ ନାହିଁ : ସୁପ୍ରିମକୋର୍ଟ 🔴 ଆସୁଛି ଲଘୁଚାପ, ତାତିରୁ ମିଳିବ ଆଶ୍ୱସ୍ତି 🔴 ପୁଣି କାଠ ଯୋଡିରୁ ମହିଳାଙ୍କ ମୃତ ଦେହ ଉଦ୍ଧାର । 🔴 ମିଳିମିଳାର ତାଣ୍ଡବ, ଟୀକା ଅଭାବରୁ ଯାଉଛି ଜୀବନ 🔴 ଅଦିନରେ ରଥଯାତ୍ରା ଆଉ ନାହିଁ ଛାଡ୍ । 🔴 ଭିଜିଲାନ୍ସ ଜାଲରେ ITDA ସହକାରୀ ନିର୍ବାହୀ ଯନ୍ତ୍ରୀ 🔴 ଭୁବନେଶ୍ୱରରେ ହିଟ୍ ଇଣ୍ଡେକ୍ସ ୫୦ ଡିଗ୍ରି 🔴 ବଢିପାରେ ଖରା ଛୁଟି ? 🔴 ଆଜି ବିଶ୍ୱ ପରିବେଶ ଦିବସ 🔴 ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 କମ୍ ଶିକ୍ଷାଗତ ଯୋଗ୍ୟତା ଥିବା ପଦରେ ଅଧିକ ଶିକ୍ଷାଗତ ଯୋଗ୍ୟତା ଥିବା ପ୍ରାର୍ଥୀ ନିଯୁକ୍ତି ପାଇବେ ନାହିଁ : ସୁପ୍ରିମକୋର୍ଟ 🔴 ଆସୁଛି ଲଘୁଚାପ, ତାତିରୁ ମିଳିବ ଆଶ୍ୱସ୍ତି 🔴 ପୁଣି କାଠ ଯୋଡିରୁ ମହିଳାଙ୍କ ମୃତ ଦେହ ଉଦ୍ଧାର । 🔴 ମିଳିମିଳାର ତାଣ୍ଡବ, ଟୀକା ଅଭାବରୁ ଯାଉଛି ଜୀବନ