Masthead

୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଲଘୁଚାପ ପ୍ରଭାବରେ ଆସନ୍ତାକାଲି ୫ଟି ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି ଏବଂ ରାୟଗଡା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ସେହିପରି ଗଞ୍ଜାମ, ପୁରୀ, କଟକ, ଖୋର୍ଦ୍ଧା, କନ୍ଧମାଳ, ବାଲେଶ୍ୱର ଏବଂ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୭ ତାରିଖରେ କନ୍ଧମାଳ, ବୌଦ୍ଧ, ପୁରୀ, କଳାହାଣ୍ଡି ଏବଂ କଟକ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଲଘୁଚାପର ପ୍ରଭାବ ୧୮ ତାରିଖ ପର୍ଯ୍ୟନ୍ତ ରହିବ । ବର୍ଷା ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ ରୁ ୫୦ କିଲୋମିଟର ରହିବ । ସମୁଦ୍ର ଅଶାନ୍ତ ରହିବା କାରଣରୁ ୧୭ ଏବଂ ୧୮ ତାରିଖରେ ମତ୍ସଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ