Masthead

୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):   ପଶ୍ଚିମ କେନ୍ଦ୍ରୀୟ ବଙ୍ଗେପସାଗର ଘନୀଭୂତ ଲଘୁଚାପ ବଳୟରେ ଶନିବାର ଠାରୁ ଉପକୂଳ ସମେତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି । ତେବେ ଏହାର ପ୍ରଭାବରେ ରବିବାର ମଧ୍ୟ ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ବର୍ଷାକୁ ନେଇ ୭ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସତର୍କ ଜାରି କରାଯାଇଛି ।

ତେବେ ୟେଲୋ ୱାଣ୍ଣିଂ ପାଇଥିବା ୭ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର । ଏହି ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଘଡ ଘଡି ଓ ବଜ୍ରପାତ ନେଇ ୧୭ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛନ୍ତି ପାଣିପାଗ ବିଭାଗ ।

ଏହି ୧୭ଟି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଗଞ୍ଚାମ, ଅନୁଗୁଳ, ଦେବଗଡ, ସୁନ୍ଦରଗଡ, ନୟାଗଡ, ଖୋର୍ଦ୍ଧା, ଗଜପତି , ଢେଙ୍କାନାଳ, ମୟୂରଭଞ୍ଜ ଓ କେନ୍ଦୁଝର । ଲଘୁଚାପ ପ୍ରଭାବରେ ଆସନ୍ତା ୧୯ ତାରିଖ ଯାଏ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା