Masthead

ଆଗୁଆ ନେଇ ପାରିବେ କୋଭିସିଲ୍ଡ ଟିକାର ଦ୍ୱିତୀୟ ଡୋଜ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଗୁଆ ନେଇ ପାରିବେ କୋଭିସିଲ୍ଡ ଟିକାର ଦ୍ୱିତୀୟ ଡୋଜ । ବିଦେଶକୁ ଯାଉଥିଲେ ଟିକାର ଦ୍ୱିତୀୟ ଡୋଜ ଆଗୁଆ ନେଇପାରିବେ । ଚାକିରି କିମ୍ବା ପାଠ ପଢିବାକୁ ଯାଉଥିଲେ ୨୮ ଦିନ ପରେ ଦ୍ୱିତୀୟ ଡୋଜ ପାଇଁ ଅନୁମତି ଦିଆଯାଇଛି । ଏନେଇ ଅନୁମତି ଦେଇଛନ୍ତି ରାଜ୍ୟ ସରକାର । ଟୋକିଓ ଅଲମ୍ପିକ୍ସ ପାଇଁ ଭାରତୀୟ ଦଳରେ ସାମିଲ ହୋଇଥିବା ବ୍ୟକ୍ତି ବିଶେଷଙ୍କୁ ଏହି ସୁବିଧା ମିଳିବ ।

ସେମାନେ ୨୮ ଦିନ ପରେ ଏବଂ ୮୪ ଦିନ ପୂର୍ବରୁ ଟିକାର ଦ୍ୱିତୀୟ ଡୋଜ୍ ନେଇ ପାରିବେ । କୋଭିସିଲ୍ଡ୍ ଟିକାର ଦ୍ୱିତୀୟ ଡୋଜ୍ ୮୪ ଦିନ ପରେ ନେବା ପାଇଁ ନିୟମ ରହିଛି । ତେବେ ବିଦେଶ ଯିବାକୁ ଥିଲେ ଏଥିରେ କୋହଳ କରାଯାଇଛି । ଏ ନେଇ ସବୁ ଜିଲ୍ଲାପାଳ ଓ ମୁନିସିପାଲ୍ କମିସନରଙ୍କୁ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା