ଯୁବକର ଆତ୍ମହତ୍ୟା

ଚିଲିକା (ବଡ଼ ଖବର ବ୍ୟୁରୋ) : ଶୁକ୍ରବାର ସକାଳେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ବିଧାରପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଜଣେ ଯୁବକ ବେକରେ ଦଉଡି ଲଗାଇ ଆତ୍ମହତ୍ୟା କରିଥିବାର ଅଭିଯୋଗ ହୋଇଛି । ଚିଲିକା ବ୍ଲକ ଅଠରବାଟିଆ ପଞ୍ଚାୟତ ବିଧାରପୁର ଗ୍ରାମର ରଘୁନାଥ ଜେନାଙ୍କ ପୁତ୍ର ଆଲୋକ କୁମାର ଜେନା କୌଣସି କାରଣରୁ ନିଜ ଘରେ ବେକରେ ଦଉଡି ଲଗାଇ ଦେଇଥିଲେ।

ପରିବାର ଲୋକ ଏହା ଜାଣିଲା ପରେ ତୁରନ୍ତ ଆଲୋକଙ୍କୁ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇ ଯାଇଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରି ବାଲୁଗାଁ ପୋଲିସକୁ  ସୂଚନା ଦେଇଥିଲେ। ବର୍ତ୍ତମାନ ଘଟଣାସ୍ଥଳରେ ନାଭାଲ ଫାଣ୍ଡି ଅଧିକାରୀ ଦିଲୀପ ସାହୁ ପହଞ୍ଚି ଆଲୋକଙ୍କ ଶବ ଜବତ କରିବା ସହ କେସ ନମ୍ବର ୭/୨୧ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛନ୍ତି। ମୃତ୍ୟୁର କାରଣ ଏଯାଏଁ ସ୍ପଷ୍ଟ ହୋଇନଥିବା ବେଳେ ତଦନ୍ତ ପରେ ଏହାର କାରଣ ଜଣାପଡିବ ବୋଲି ପୋଲିସ କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ