Masthead

ଆମ୍ବୁଲାନ୍ସ ଧକ୍କାରେ ଯୁବକ ମୃତ

କ୍ଷତି ପୂରଣ ଦାବି ନେଇ ରାସ୍ତା ରୋକ

ପାଟଣାଗଡ(ବଡ଼ ଖବର ବ୍ୟୁରୋ): ପାଟଣାଗଡ଼ ଥାନା ଅନ୍ତର୍ଗତ ମାୟାବରା ଛକ ନିକଟରେ ଗତ କାଲି ରାତି ୧୦ ଘଣ୍ଟା ସମୟରେ ଆମ୍ବୁଲାନ୍ସ ଧକ୍କାରେ ଜଣେ ଯୁବକକଙ୍କ ର ମୃତ୍ୟୁ ହୋଇଥିବା ଜଣାପଡିଛି। ଖବର ରୁ ଜଣାପଡିଛି ଯେ ଭାଲୁଜୁରୀ ଗ୍ରାମର ଖୁସି ମହାନନ୍ଦ ନିଜ ଝିଅକୁ ଚୁଡାପାଳି ଡାକ୍ତର ଖାନାକୁ ଚିକିତ୍ସା ପାଇଁ ନିଜ କାରରେ ନେଉଥିବା ବେଳେ ଯାନ୍ତ୍ରିକ ତ୍ରୁଟି ଯୋଗୁ ରାସ୍ତାରେ ଛିଡା ହୋଇ ଥିବା ସମୟରେ ପଛପଟୁ ଏକ ଆମ୍ବୁଲାନ୍ସ ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଇଥିଲା । ଫଳରେ କାରଟି ଚୁରମାର ହୋଇଯିବା ସହ କାର୍ ଚାଳକଙ୍କର ମୃତ୍ୟୁ ହୋଇଥିଲା । ଆଜି ସକାଳୁ ଉକ୍ତ ଅଞ୍ଚଳର ଲୋକ କ୍ଷତିପୂରଣ ଦାବି ନେଇ ରାସ୍ତାରୋକ କରିଛନ୍ତି। ଏହି ରାସ୍ତାରୋକ ଫଳରେ ଉଭୟ ପଟେ ଶହ ଶହ ଯାନବାହନ ଅଟକି ରହିଛି। ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ