ରାସ୍ତାରେ ବନ୍ୟାପାଣି, ଭାସିଗଲେ ଯୁବକ

ଧାମନଗର (ବଡ଼ ଖବର ବ୍ୟୁରୋ): ବାଇକ ସହିତ ଭାସିଗଲେ ଯୁବକ । ଏଭଳି ଘଟଣା ଦେଖିବାକୁ ମିଳିଛି ଧୂଷୁରୀରୁ ଯାଜପୁରକୁ ସଂଯୋଗ କରୁଥିବା ହରିହଂସ ଘୁସୁରା ନିକଟରେ । ଯୁବକଙ୍କ ନାମ ସଞ୍ଜୀବ ପଣ୍ଡା । ତାଙ୍କ ଘର ଯାଜପୁର ଜିଲ୍ଲା କନିକାପଡ଼ା ପଞ୍ଚାୟତର ଖଜିରୀମାଳ ଅଂଚଳରେ । ଭଦ୍ରକରୁ ଏକ ବାଇକ ନେଇ ଗତକାଲି ବିଳମ୍ବିତ ରାତିରେ ନିଜ ଘରକୁ ଫେରୁଥିଲେ । ହେଲେ ସେ ଘରେ ପହଞ୍ଚି ପାରି ନଥିଲେ । ଧୂଷୁରୀରୁ ଯାଜପୁରକୁ ସଂଯୋଗ କରୁଥିବା ରାସ୍ତା ହରିହଂସ ଘୁସୁରା ନିକଟରେ ପ୍ରଖର ସୁଅରେ ଭାସି ଯାଇ ଥିଲେ ଯୁବକ । ଆଜି ସ୍ଥାନୀୟ ଲୋକ ଏକ ବାଇକ୍ ଇଲେକ୍ଟ୍ରି ଖୁଣ୍ଟରେ ଲାଗିଥିବା ଦେଖିଥିଲେ । ପରେ ବାଇକକୁ ଉପରକୁ ଉଠେଇ ଆଣିଥିଲେ । ଏବେ ଅଗ୍ନିଶମ ବାହିନୀ ସେଠାରେ ପହଞ୍ଚି ଖୋଜା ଖୋଜି ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ