Masthead

ବିଦ୍ୟୁତ୍ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ

ବଡ଼ବିଲ (ବଡ଼ ଖବର ବ୍ୟୁରୋ): ଘରେ ବିଦ୍ୟୁତ ତାର ସଂଯୋଗ କରୁଥିବାବେଳେ ଘଟିଗଲା ଅଘଟଣ । ବିଦ୍ୟୁତ୍ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ । ମୃତ ଯୁବକ ହେଲେ ସ୍ଵପ୍ନେଶ୍ୱର ନାଏକ । ଏଭଳି ଘଟଣା ଘଟିଛି ବଡ଼ବିଲ ଥାନା, ଠାକୁରାଣୀ ଅଞ୍ଚଳର । ସେ ସୁମ୍ରିତ ମେଟାଲିକ୍ସ କାରଖାନାରେ ମେକାନିକାଲ ଡିପାର୍ଟମେଣ୍ଟରେ କାମ କରୁଥିଲେ ।

ସନ୍ଧ୍ୟା ପ୍ରାୟ ୬ ଟା ସମୟରେ ସ୍ଵପ୍ନେଶ୍ୱର ନିଜ ଘରେ ଛିଡିଯାଇଥିବା ବିଦ୍ୟୁତ୍ ତାର ଦୁଇଟିକୁ ସଂଯୋଗ କରୁଥିବା ସମୟରେ ତାଙ୍କୁ କରେଣ୍ଟ ଲାଗିଥିଲା । ସଙ୍ଗେ ସଙ୍ଗେ ତାଙ୍କୁ ଉଦ୍ଧାର କରି ବଡ଼ବିଲ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ । ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ବଡ଼ବିଲ ପୋଲିସ୍ ମେଡିକାଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା