Masthead

ପିଏମ୍ ୟୁବା ୨.୦ ପାଇଁ ମନୋନୀତ ହେଲେ ଯୁବ ଗାଳ୍ପିକା ରୋଜାଲିନ ମହାନ୍ତି

 

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ସର୍ବଭାରତୀୟ ସ୍ତରରେ ଗର୍ବିତ କଲେ ଓଡ଼ିଶାର ଝିଅ । ପି.ଏମ୍. ୟୁବା ମେଣ୍ଟରସିପ୍- ୨.୦ ଯୋଜନାରେ ମନୋନୀତ ହୋଇଛନ୍ତି ଉଦୀୟମାନ ଯୁବଲେଖିକା ରୋଜାଲିନ ମହାନ୍ତି। ପାଣ୍ଡୁଲିପିଟି ନ୍ୟାସନାଲ୍ ବୁକ୍ ଟ୍ରଷ୍ଟ ଦ୍ୱାରା ପୁସ୍ତକ ଆକାରରେ ପ୍ରକାଶ ପାଇବ ଏବଂ ଅନ୍ୟାନ୍ୟ ଭାରତୀୟ ଭାଷାରେ ଅନୂଦିତ ହେବ। ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଓ ନ୍ୟାସନାଲ୍ ବୁକ୍ ଟ୍ରଷ୍ଟ ପକ୍ଷରୁ ୩୦ ବର୍ଷ ବୟସ ଭିତରେ ଥିବା ଯୁବ ଲେଖକଙ୍କ ଠାରୁ ପାଣ୍ଡୁଲିପି ଆହ୍ୱାନ କରାଯାଇଥିଲା। ‘ଗଣତନ୍ତ୍ର’ ବିଷୟକୁ ନେଇ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଉପରେ ଲିଖିତ ଶ୍ରୀମତୀ ମହାନ୍ତିଙ୍କ ପାଣ୍ଡୁଲିପିଟି ମନୋନୀତ ହୋଇଛି।

ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ ସିଦ୍ଧପୋଖରୀ ଗ୍ରାମର କୁମରବର ମହାନ୍ତି ଓ ସ୍ଵର୍ଗତ ସୁଧାଂଶୁବାଳା ମହାନ୍ତିଙ୍କ ସୁକନ୍ୟା ରୋଜାଲୀନ ଗଳ୍ପ, କବିତା ରଚନା ସହ ଆକାଶବାଣୀ ଓ ଦୂରଦର୍ଶନ ଉପସ୍ଥାପିକା ଭାବେ ମଧ୍ୟ କାର୍ଯ୍ୟ କରିସାରିଛନ୍ତି।  ସାହିତ୍ୟ ସାଧନା ପାଇଁ ସେ କଥା ନବପ୍ରତିଭା ପୁରସ୍କାର, କାଦମ୍ବିନୀ ନବଉନ୍ମେଷ ପୁରସ୍କାର ପାଇବା ସହ ବିଭିନ୍ନ ସାହିତ୍ୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିସାରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି