କଳା କୋର୍ଟ ପିନ୍ଧିଛନ୍ତି ବୋଲି ଆପଣଙ୍କ ଜୀବନ ଅଧିକ ମୂଲ୍ୟବାନ ନୁହେଁ !

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶର ଓକିଲଙ୍କୁ ନେଇ ସୁପ୍ରିମକୋର୍ଟ ବଡ଼ ବୟାନ ଦେଇଛନ୍ତି । ତେବେ ଓକିଲ ଓ ସାଧାରଣ ଲୋକଙ୍କ ମଧ୍ୟରେ କୌଣସି ପ୍ରଭେଦ ନାହିଁ । କଳା କୋର୍ଟ ପିନ୍ଧିଛନ୍ତି ବୋଲି ଆପଣଙ୍କର ଜୀବନ ଅଧିକ ମୂଲ୍ୟବାନ ନୁହେଁ । ସାଧାରଣ ଲୋକଙ୍କ ପାଇଁ ଜାରି ହୋଇଥିବା ନିୟମ ଆଇନଜୀବୀଙ୍କ ଉପରେ ମଧ୍ୟ ଜାରି ହେବ । ସେମାନେ ସାଧାରଣ ଲୋକଙ୍କ ସହିତ ସମାନ ବୋଲି ସୁପ୍ରିମକୋର୍ଟ କହିଛନ୍ତି । ସମ୍ପୂର୍ଣ୍ଣ ଘଟଣାଟି ହେଉଛି ଓକିଲ ପ୍ରଦୀପ କୁମାର ଯାଦବ କରୋନା ଓ ଅନ୍ୟ କାରଣରୁ ପ୍ରାଣ ହରାଇଥିବା ୬୦ ବର୍ଷରୁ କମ ବୟସ୍କ ଓକିଲଙ୍କ ପରିବାର ଲୋକଙ୍କୁ ୫୦ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ପ୍ରଦାନ ଦାବି କରି ସୁପ୍ରିମକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ କରିଥିଲେ। ଏହି ମାମଲାର ବିଚାର କରି ବିଚାରପତି ଡ଼ି. ୱାଇ, ଚନ୍ଦ୍ରଚୁଡ଼, ବିକ୍ରମ ନାଥ ଏବଂ ବି.ଭି ନାଗରତ୍ନାଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ଏପରି କହିଥିବାର ସୂଚନା ମିଳିଛି ।

କେବଳ ଏତିକି ନୁହେଁ ବରଂ ଆବେଦନ ଦାଖଲ କରିଥିବା ଆଇନଜୀବୀ ପ୍ରଦୀପ କୁମାର ଯାଦବଙ୍କ ପ୍ରତି କଡ଼ା ଶବ୍ଦ ପ୍ରୟୋଗ କରିବା ସହିତ ୧୦ ହଜାର ଟଙ୍କାର ଜରିମାନା ଦଣ୍ଡାଦେଶ କରିଛନ୍ତି । ଏଭଳି ଜନସ୍ୱାର୍ଥ ମାମଲାକୁ ରୋକିବା ଲାଗି କଡ଼ା ଆଭିମୁଖ୍ୟ ଗ୍ରହଣ କରାଯିବା ଉପରେ ଖଣ୍ଡପୀଠ ଗୁରୁତ୍ୱାରୋପ କରିଛନ୍ତି । ଅନ୍ୟପଟେ ଦେଶର ସମସ୍ତ ନାଗରିକଙ୍କ ଜୀବନର ମୂଲ୍ୟ ସମାନ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ