Masthead

ଜିରୋ ଇନଫେକ୍ସନ ଆମର ଲକ୍ଷ୍ୟ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟବାସୀଙ୍କୁ ଉଦବୋଧନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଭିଡିଓ ବାର୍ତା ଜାରି କରି ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଜିରୋ ଇନଫେକସନ ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କରୋନା ନିୟନ୍ତ୍ରଣରେ ଓଡିଶା ଭଲ ସ୍ଥିତିରେ ଅଛି । ଓଡିଶାକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପ୍ରଶଂସା କରିଛି । ଆମର ଦୈନିକି ସଂକ୍ରମଣ ୧୦୦ ତଳେ ରହୁଛି ।

ରୋଗ କ୍ଷେତ୍ରରେ ଆତ୍ମସନ୍ତୋଷ ଠିକ୍ ନୁହେଁ ବୋଲି ମଧ୍ୟ ନବୀନ ପଟ୍ଟନାୟକ କହିଛନ୍ତି । ବିପଦ ଏବେବି ଟଳିନାହିଁ । ମହାରାଷ୍ଟ୍ର, ପଞ୍ଜାବ, ମଧ୍ୟପ୍ରଦେଶ, ଛତିଶଗଡରେ ସ୍ଥିତି ବିଗୁଡିଛି । ମହାରାଷ୍ଟ୍ରର କେତେକ ଅଂଚଳରେ ଲକଡାଉନ ହୋଇଛି । ଲକଡାଉନ ସମୟର ସ୍ମୃତି ଏବେବି ତାଜା ରହିଛି । ଅର୍ଥନୀତି, ସାମାଜିକ ଜୀବନ, ପିଲାମାନଙ୍କ ପାଠପଢା ସବୁ କ୍ଷେତ୍ରକୁ ପ୍ରଭାବିତ କରିଛି ।

ଆମେ କେହି ଲକଡାଉନକୁ ଫେରିବାକୁ ଚାହୁଁ ନାହୁଁ । ସତର୍କ ରହିଲେ ଲକଡାଉନ ଭଳି ସ୍ଥିତି ଉପୁଜିବ ନାହିଁ । ଏଥିପାଇଁ କୋଭିଡ ଗାଇଡଲାଇନକୁ କଡା କଡି ଭାବରେ ପାଳନ କରିବା ପାଇଁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଭଳି କରୋନା ସମ୍ପର୍କିତ ଅନେକ ବାର୍ତା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ