ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଦିନ ସାଢ଼େ ୨ଟାରେ ରାଜଧାନୀରେ ୪୩ ଟପିଲା ପାରଦ । ଭୁବନେଶ୍ୱରରେ ୪୩.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ସମ୍ବଲପୁର ୪୧.୭, ହୀରାକୁଦ ୪୧.୪, ଚାନ୍ଦବାଲି ୪୧.୨, କେନ୍ଦୁଝର ୪୦.୯ ଏବଂ ରାଉରକେଲା ୪୦.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଝାରସୁଗୁଡ଼ା ୪୨.୬ ଏବଂ ବାଲେଶ୍ୱର ୪୨.୨ ଡିଗ୍ରୀ ତାପମାତ୍ରା ରହିଛି । ସାରା ରାଜ୍ୟ ଟକମକ ଖରାରେ ଫୁଟୁଥିବା ବେଳେ, ଆସନ୍ତା ୨୨ ତାରିଖ ଯାଏଁ ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ତାତି ସହ ଏଣିକି ବଢିବ ଗୁଳୁଗୁଳି । ଏଭଳି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଜି ପାଇଁ ୨୪ଟି ଜିଲ୍ଲାକୁ ହିଟୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଆସନ୍ତାକାଲି ପାଇଁ ୪ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ । ଗତକାଲି ୪୩.୨ ଡିଗ୍ରୀ ସହ ତାଳଚେର ସବୁଠୁ ଉତ୍ତପ୍ତ ସ୍ଥାନ ପାଲଟିଥିଲା ।