ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆସନ୍ତା ୯ ତାରିଖରେ ସନ୍ଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ । ଏନେଇ ଏକ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି । ପୂର୍ବରୁ ଜୁନ୍ ୮ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ମୋଦୀ ଶପଥ ନେବେ ବୋଲି ଚର୍ଚ୍ଚା ହେଉଥିଲା । କିନ୍ତୁ ଏପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଭାବେ ମୋଦୀ କେବେ ଶପଥ ନେବେ ସେନେଇ ବିଧିବଦ୍ଧ ଭାବେ କୌଣସି ସୂଚନା ମିଳିନାହିଁ
ଚଳିତ ନିର୍ବାଚନରେ ବିଜେପି ୨୪୦ ଆସନ ହାତେଇଛି । ଅନ୍ୟପଟେ ସହଯୋଗୀ ଦଳକୁ ମିଶାଇ ଏନଡିଏ ମ୍ୟାଜିକ ନମ୍ବର ପାର କରୁଛି । ନୀତିଶ କୁମାର ଓ ଚନ୍ଦ୍ରବାବୁ ନାଇଡୁଙ୍କ ସମର୍ଥନ ପରେ ମୋଦୀଙ୍କ ନେତୃତ୍ୱରେ କେନ୍ଦ୍ରରେ ଏନଡିଏ ସରକାର କରିବ