ଧର୍ମଶାଳା (ବଡ଼ ଖବର ବ୍ୟୁରୋ):ଧର୍ମଶାଳା ସ୍ୱାଧୀନ ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଘର ବାହୁଡା଼ । ବିଜେପିରେ ସାମିଲ ହେଲେ ଧର୍ମଶାଳାରୁ ସ୍ୱାଧୀନ ଭାବେ ଜିତିଥିବା ହିମାଂଶୁ ଶେଖର ସାହୁ। ଗତକାଲି ସେ ବିଜୟୀ ହେବା ପରେ ରାଜ୍ୟ କାର୍ଯ୍ୟାଳୟରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଥିଲେସାଧାରଣ ନିର୍ବାଚନର କିଛି ମାସ ପୂର୍ବରୁ ବିଜେପିରେ ସାମିଲ ହୋଇଥିଲେ ହିମାଂଶୁ । କିନ୍ତୁ ତାଙ୍କୁ ବିଜେପି ଟିକେଟ ନମିଳିବାରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିଥିଲେ। ଦଳ ତାଙ୍କୁ ନିଲମ୍ବନ କରିଥିଲା। ତେବେ ସ୍ୱାଧୀନ ଭାବେ ଲଢ଼ି ବିଜେଡି ନେତା ପ୍ରଣବ ବଳବନ୍ତରାୟଙ୍କୁ ହରାଇଛନ୍ତି ହିମାଂଶୁ । ଆଗକୁ ଦଳ ଭିତରେ ରହି ସେ କାମ କରିବେ ବୋଲି କହିଛନ୍ତି। ସେ ଆହୁରି କହିଛନ୍ତି, ମୁଁ ବିଜେପିରେ ଥିଲି, ରହିଛି ଓ ରହିବି । ଏହାଫଳରେ ବିଜେପିର ବିଧାୟକଙ୍କ ସଂଖ୍ୟା ୭୯କୁ ବୃଦ୍ଧି ପାଇଛି ।