ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି ହେମନ୍ତ ସୋରେନ । ଆଜି ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟରେ ଉଭୟ ନେତାଙ୍କ ମଧ୍ୟରେ ଔପଚାରିକ ସାକ୍ଷାତ,ଆଲୋଚନା ହୋଇଛି । ଏହାର ଫଟୋ ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟର ସୋଶାଲ ମିଡିଆ ଆକାଉଣ୍ଟରେ ଅପଲୋଡ ହୋଇଥିବା ବେଳେ ଉଭୟଙ୍କ ମଧ୍ୟରେ କେଉଁ ପ୍ରସଙ୍ଗରେ ଆଲୋଚନା ହୋଇଛି ତାହା ସ୍ପଷ୍ଟ ହୋଇନି। ତେବେ ଏହାକୁ ନେଇ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇ ଯାଇଛି।
ଜମି ଦୁର୍ନୀତି ମାମଲାରେ ହାଇକୋର୍ଟରୁ ଜାମିନ ପାଇବା ପରେ ଗତ ଜୁନ୍ ୨୮ରେ ହେମନ୍ତ ସୋରେନ ଜେଲ୍ରୁ ମୁକୁଳିଥିଲେ । ଏହାରେ ସେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ।